ରାଜ୍ୟରେ ସୁସ୍ଥ ହେଲେ ଆଉ ୭୬୬୪ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ୍

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ ଶନିବାର ସୁସ୍ଥ ହୋଇଛନ୍ତି ୭୬୬୪ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏଯାଏଁ ମୋଟ ୪ ଲକ୍ଷ ୩୯ ହଜାର ୩୨୨ ଜଣ ସୁସ୍ଥ ହୋଇସାରିଲେଣି । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୯୬୧ ଜଣ ସୁସ୍ଥ ହୋଇଛନ୍ତି । ଏ ନେଇ ଟ୍ବିଟ୍‌ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୧୧୮୦୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୨୪୨୦୭ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୬୧୩ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୧୯୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏଥି ମଧ୍ୟରୁ ୯୦୩୩୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୩୯୩୨୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୦୪୬୯୦୮୧ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *