କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ୬୮୧ କୋଭିଡ଼ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୪୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରେ ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।