ରାଜ୍ୟରେ ଆଉ 5 କୋରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,(ଓଡିଶା ଟାଇମ୍) :ରାଜ୍ୟରେ ଆଉ 5 କୋରୋନା ଆକ୍ରାନ୍ତ ଚିହ୍ନଟ l ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ 1195 ରେ ପହଁଞ୍ଚିଛି ଆକ୍ରାନ୍ତଙ୍କ ସଂଖ୍ୟା l ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି l ଏହି 5 ଆକ୍ରାନ୍ତ ସୁନ୍ଦରଗଡ଼ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସୂଚନା । ଆକ୍ରାନ୍ତଙ୍କ ମଧ୍ୟରେ ୨ ପୁରୁଷ ଓ ୩ ମହିଳା ଅଛନ୍ତି। ନିକଟରେ ସମସ୍ତେ ମହାରାଷ୍ଟ୍ରରୁ ଫେରଥିଲେ ବୋଲି ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଲ ପଓ୍ୱନ କଲ୍ୟାଣ ସୂଚନା ଦେଇଛନ୍ତି। ଏହାସହ ସୁନ୍ଦରଗଡ଼ରେ ଆକ୍ରାନ୍ତଙ୍କ ସଂଖ୍ୟା ୩୩ରେ ପହଞ୍ଚିଛି। ୨୩ ଜଣ ସୁସ୍ଥ ହୋଇଛନ୍ତି। ଏବେବି ୧୦ଟି ଆକ୍ଟିଭ କେଶ ରହିଛି। ସୂଚନାମୁତାବକ, ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୧୯୫କୁ ବୃଦ୍ଧି ପାଇଛି। ଏମାନଙ୍କ ମଧ୍ୟରୁ ୭୪୬ ଜଣ ଚିକିତ୍ସାଧୀନ ଥିବାବେଳେ ୪୩୬ ଜଣ ସୁସ୍ଥ ହୋଇଛନ୍ତି। ତେବେ ୭ଜଣଙ୍କ ମୃତ୍ୟୁ ଘଟିଛି।