ରାଜ୍ୟରେ ହାରୁଛି କରୋନା, ୨୪ ଘଣ୍ଟାରେ ବାହାରିଲେ ୧୧ କୋଭିଡ୍ ପଜିଟିଭ୍
ଭୁବନେଶ୍ୱର,(ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୪୦୧ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍ରୁ ୨ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୪୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୧୪୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୬୮୦୮୬୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।