ରାଜ୍ୟରେ ହାରୁଛି କରୋନା, ୨୪ ଘଣ୍ଟାରେ ବାହାରିଲେ ୧୫ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର,(ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୩୭୨ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୫ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍‌ରୁ ୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୩୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୧୦ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୦୮୩ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୬୨୭୬୧୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *