ରାଜ୍ୟରେ ଖସୁଛି କରୋନା, ୨୪ ଘଣ୍ଟାରେ ବାହାରିଲେ ୧୯ ପଜିଟିଭ୍

ଭୁବନେଶ୍ୱର,(ଓଡ଼ିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୨୭୨ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ୧୮ ବର୍ଷରୁ କମ୍‌ ବୟସ ମଧ୍ୟରେ ୬ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୨୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୮୯୭୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୪୮୫୯୮୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *