ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୩ ଜଣ କୋଭିଡ ପଜିଟିଭ

ଭୁବନେଶ୍ୱର,(ଓଡ଼ିଶା ଟାଇମ୍): ରାଜ୍ୟରେ ତଳକୁ ଖସିଲା କରୋନା ଗ୍ରାଫ୍। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ଜଣେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।  ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୪୪୦ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୪୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୧୯୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୭୪୬୫୫୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *