ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୬୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୩୪ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ଭଦ୍ରକ ଜିଲ୍ଲାର ହୋଇଥିବା ଜଣାପଡିଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୧୫୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୯୫୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୧୧୩୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୪୧୭୧୨୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।