ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୩୭ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରେ ଜଣେ ଖୋର୍ଦ୍ଧା ଜିଲ୍ଲାର ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୧୯୨୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୯୦୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୧୫୩୬ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୫୨୧୬୪୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।