ରାଜ୍ୟରେ ଆଉ ଜଣଙ୍କ ମୁଣ୍ଡ ନେଲା କରୋନା, ମୃତକଙ୍କ ସଂଖ୍ୟା ୯୧୦୨କୁ ବୃଦ୍ଧି
ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୨୮ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୧୦୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକ ପୁରୀ ଜିଲ୍ଲାର ବୋଲି ଜଣାପଡିଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୬୨୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୧୧୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୫୯୮୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୬୮୬୫୩୬ସାମ୍ପୁଲ ଟେଷ୍ଟ୍ ହୋଇଛି ।