ପୁଲିସ-ମାଓବାଦୀ ଗୁଳିବିନିମୟ – ଜଣେ ହାର୍ଡକୋର ମାଓବାଦୀ ମୃତ

ମାଲକାନଗିରି, (ଓଡିଶା ଟାଇମ୍) : ମାଲକାନଗିରି ସ୍ୱାଭିମାନ ଅଞ୍ଚଳରେ ପୁଲିସ ଓ ମାଓବାଦୀ ମଧ୍ୟରେ ଗୁଳିବିନିମୟରେ ଜଣେ ହାର୍ଡକୋର ମାଓବାଦୀର ମୃତ୍ୟୁ ଘଟିଛି। ମୃତ ମାଓବାଦୀର ନାମ କିଶୋର ବୋଲି ଜଣାପଡିଛି। ସ୍ୱାଭିମାନ ଅଞ୍ଚଳର ଯନ୍ତ୍ରୀ ଗ୍ରାମ ନିକଟରେ ଏହି ଗୁଳି ବିନିମୟ ଜାରି ରହିଥିବା ସୂଚନା ମିଳିଛି।

ଆଜି ପୁଲିସ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଥିବା ବେଳେ ପୁଲିସ ମାଓବାଦୀ ମୁହାଁମୁହିଁ ହୋଇଥିଲେ। ସର୍ଚ୍ଚ ଅପରେସନ ବେଳେ ଏକେ ୪୭ ବନ୍ଧୁକ, ବିସ୍ଫୋରକ ଓ ମାଓ ସାମଗ୍ରୀ ଜବତ ହୋଇଥିବା ସୂଚନା ମିଳିଛି।

Leave a Reply

Your email address will not be published. Required fields are marked *