ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ; ଜଣେ ଆତଙ୍କବାଦୀ ନିହତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଜାମୁ-କାଶ୍ମୀରର ଅନନ୍ତନାଗରେ ଶନିବାର ସୁରକ୍ଷାକର୍ମୀଙ୍କୁ ଏକ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟରେ ଜଣେ ଆତଙ୍କବାଦୀ ନିହତ ହୋଇଛି। ଏହାସହ ଘଟଣାସ୍ଥଳରୁ ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ବର୍ତ୍ତମାନ ମଧ୍ୟ ଉକ୍ତ ଅଞ୍ଚଳରେ ତଲାସି ଅଭିଯାନ ଜାରି ରହିଛି।

ମିଳିଥିବା ସୂଚନା ଅନୁଯାୟୀ, ଅନନ୍ତନାଗର ଲାରନୁ ଅଞ୍ଚଳରେ ଆତଙ୍କବାଦୀ ଲୁଚି ରହିଥିଲେ। ଏନେଇ ସୂଚନା ପାଇବା ପରେ ସୁରକ୍ଷାକର୍ମୀ ଉକ୍ତ ଅଞ୍ଚଳକୁ ଘେରାଉ କରି ତଲାସି ଆରମ୍ଭ କରିଥିଲେ। ନିଜକୁ ଘେରାଉ ଅବସ୍ଥାରେ ଦେଖି ଆତଙ୍କବାଦୀ ଗୁଳିଚାଳନା କରିଥିଲେ। ଏହାପରେ ସୁରକ୍ଷାକର୍ମୀଙ୍କ ପାଲଟା ଗୁଳି ଚାଳନାରେ ଜଣେ ଆତଙ୍କବାଦୀ ନିହତ ହୋଇଥିଲା।

Leave a Reply

Your email address will not be published. Required fields are marked *