ରାଜ୍ୟରେ ବଢୁଛି ମୃତ୍ୟୁ ସଂଖ୍ୟା, ଆଉ ୧୦ ପ୍ରାଣ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୧୨୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୬୯ରେ ପହଞ୍ଚିଛି । ଗଞ୍ଜାମରେ ୪ , ଖୋର୍ଦ୍ଧାରେ ୨ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଖୋର୍ଦ୍ଧାରେ ୨, ନୟାଗଡ଼, ରାୟଗଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ରୁ ଜଣେ ଲେଖା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

ଅନ୍ୟପଟେ, ଗତ ୨୪ ଘଣ୍ଟା ମଧ୍ୟରେ ୧୨୦୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୩୭୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୫୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୪୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published. Required fields are marked *