ରାଜ୍ୟରେ ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୨୬୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
୧୦ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ କନ୍ଧମାଳରୁ ୩ ଜଣ ଲେଖାଏଁ । ଗଞ୍ଜାମ, ନୟାଗଡ଼, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।
ଅନ୍ୟପଟେ,ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୦୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୫୩୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୬୧ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୦୪୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।