ରାଜ୍ୟରେ ଆଉ ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ବର, (ଓଡିଶା ଟାଇମ୍) :ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
ମୃତ ୧୦ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩ ଜଣ, ସୁନ୍ଦରଗଡ ଜିଲ୍ଲାରୁ ଦୁଇ ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ଜଣେ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ ଜିଲ୍ଲାରୁ ଜଣେ ରହିଛନ୍ତି ।
ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୧୬୯୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୭୧୭ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୭୩ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୬୨୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।