ଆଜି କରୋନାରେ ସର୍ବାଧିକ ୧୦ ମୃତ, ୧୩୦କୁ ବଢ଼ିଲା ମୃତ୍ୟୁ ସଂଖ୍ୟା
ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ସର୍ବାଧିକ ୧୦ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ଗଞ୍ଜାମରୁ ୩, ସୁନ୍ଦରଗଡ଼ ଓ ବାଲେଶ୍ଵରରୁ ୨ ଜଣ ଲେଖାଏ ଏବଂ ଗଜପତି, ରାୟଗଡ଼ା ଓ ଝାରସୁଗୁଡ଼ାରୁ ଜଣେ ଲେଖାଏ ରହିଛନ୍ତି। ଫଳରେ ମୋଟ ମୃତ୍ୟୁ ସଂଖ୍ୟା ୧୩୦କୁ ବୃଦ୍ଧି ପାଇଛି। ଆଜିର ୩ ମୃତକଙ୍କୁ ମିଶାଇ ଗଞ୍ଜାମରେ ବର୍ତ୍ତମାନ ସୁଦ୍ଧା ମୃତ୍ୟୁ ସଂଖ୍ୟା ୭୩ରେ ପହଞ୍ଚିଛି।
ଅନ୍ୟପଟେ, ଗତ ୨୪ ଘଣ୍ଟା ମଧ୍ୟରେ ୧୩୨୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୪୦୧୩ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୮୭ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୪୩୩ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।