୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୧୦୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୦୩୫୪ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୨ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୪୩ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୯ ଜଣ ରହିଛନ୍ତି ।
୧୫ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୪୮ ଜଣ, ମୟୂରଭଞ୍ଜରୁ ୧୦ ଜଣ, ଯାଜପୁର ଓ କେନ୍ଦୁଝର ଜିଲ୍ଲାରୁ ୫ ଜଣ ଲେଖାଁଏ, କଟକ,ଗଞ୍ଜାମ ଓ କେନ୍ଦ୍ରପଡ଼ା ଜିଲ୍ଲାରୁ୪ ଜଣ ଲେଖାଁଏ, ଅନୁଗୁଳରୁ ୩ ଜଣ, ବରଗଡ଼, ନୟାଗଡ଼ ଓ ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଁଏ, ବାଲେଶ୍ବର, ଭଦ୍ରକ, କନ୍ଧମାଳ ଓ ସୁନ୍ଦରଗଡ଼ ଜିଲ୍ଳାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୋଲ୍ରୁ ୧୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।