ରାଜ୍ୟରେ ସର୍ବାଧିକ ୧୦୭୮ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୧୦୭୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୯୮୩୫ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୨୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୫୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୧୦ଜଣ, ବରଗଡ ଜିଲ୍ଲାରୁ ୨୬ ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୬ ଜଣ, ବୌଦ୍ଧ ଜିଲ୍ଲାରୁ ୩ ଜଣ, କଟକ ଜିଲ୍ଲାରୁ ୫୭ ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ ଜଣ, ଗଞ୍ଜାମ ଜିଲ୍ଲାରୁ ୩୭୧ ଜଣ, ଜଗତସିଂହପୁର ଜିଲ୍ଲାରୁ ୩୫ ଜଣ, ଯାଜପୁର ଜିଲ୍ଲାରୁ ୨୦ ଜଣ, ଝାରସୁଗୁଡା ଜିଲ୍ଲାରୁ ୩୪, କଳାହାଣ୍ଡି ଜିଲ୍ଲାରୁ ୧୫ ଜଣ, କନ୍ଧମାଳ ଜିଲ୍ଲାରୁ ୧୩ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୨୪ ଜଣ, କେନ୍ଦୁଝର ଜିଲ୍ଲାରୁ ୧୬ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୨୧ ଜଣ, କୋରାପୁଟ ଜିଲ୍ଲାରୁ ୧୫ ଜଣ, ମାଲକାନଗିରି ଜିଲ୍ଲାରୁ ୬୬ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୭ ଜଣ, ନୟାଗଡ ଜିଲ୍ଲାରୁ ୫ ଜଣ, ପୁରୀ ଜିଲ୍ଲାରୁ ୨୮, ରାୟଗଡା ଜିଲ୍ଲାରୁ ୯୬ ଜଣ, ସମ୍ବଲପୁର ଜିଲ୍ଲାରୁ ୨୦ଜଣ, ସୋନପୁର ଜିଲ୍ଲାରୁ ୧୦ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୯ଜଣ ରହିଛନ୍ତି ।

Leave a Reply

Your email address will not be published.