ରାଜ୍ୟରେ ଆଉ ୧୧ କରୋନା ସଂକ୍ରମିତଙ୍କ ମୃତ୍ୟୁ, ଆଜି ସୁଦ୍ଧା ଜୀବନ ହାରିଲେଣି ୬୫୬
ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୫୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୧ ମୃତକଙ୍କ ମଧ୍ୟରୁ ପୁରୀ ଓ ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତ ରହିଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ । ସେହିପରି କଳାହାଣ୍ଡି, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୪୨୭୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୬୨୯୨୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୭୮ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୭୯୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।