କରୋନାରେ ଆଖି ବୁଜିଲେ ୧୧ ଜଣ ଆକ୍ରାନ୍ତ
ଭୁବନେଶ୍ବର, (ଓଡିଶା ଟାଇମ୍) :ଗତ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୦୮ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୨୪ଘଣ୍ଟାରେ ୧୧ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା। ସଂପୃକ୍ତ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୩ ଜଣ, କଟକରୁ ୨ ଜଣ, ଅନୁଗୁଳ, ଗଞ୍ଜାମ,ଝାରସୁଗୁଡା,କନ୍ଧମାଳ,ନୂଆପଡ଼ା ଓ ରାୟଗଡ଼ାରୁ ଜଣେ ଲେଖାଏଁ ସଂକ୍ରମିତ କରୋନାରେ ଆଖିବୁଜିଛନ୍ତି।
ଅନ୍ୟପଟେ, ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫୪୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୮୬୪୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୯୧ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୬୫୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।