ରାଜ୍ୟରେ ଆଉ ୧୧ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୩୩୧ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୧୭୦୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୧ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୩୧ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ସୁନ୍ଦରଗଡ଼ରୁ ୩ , ଅନୁଗୁଳ, କଟକ, ଦେବଗଡ଼,କେନ୍ଦ୍ରାପଡ଼ା, ନୂଆପଡ଼ା, କେନ୍ଦୁଝର,ଖୋର୍ଦ୍ଧା ଓ ମାଲକାନଗିରିରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଅନ୍ୟପଟେ, ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୭୦୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯୧୮୨୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୮୫ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୭୨୪ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.