ରାଜ୍ୟରେ ୫୦୦ ଟପିଲା ମୃତ୍ୟୁ ସଂଖ୍ୟା, ଆଜି ଆଉ ୧୧ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ
ଭୁବନେଶ୍ବର, (ଓଡିଶା ଟାଇମ୍): ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୦୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
ତେବେ ଆଜି ଖୋର୍ଦ୍ଧା, ପୁରୀ ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି କଟକ, ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ ଓ ରାୟଗଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।
ଅନ୍ୟପଟେ,୨୪ ଘଣ୍ଟା ମଧ୍ୟରେ ୩୦୨୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୬୫୬୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୪୪ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୧୮୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।