ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧୦ ଆକ୍ରାନ୍ତ, ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩୨୫୦କୁ ବୃଦ୍ଧି

ଭୁବନେଶ୍ବର, (ଓଡିଶା ଟାଇମ ) : ରାଜ୍ୟରେ ଆଉ ୧୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୫୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୭ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୧୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଏହି କ୍ରମରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ହଜାର ୨୫୦କୁ ବୃଦ୍ଧି ପାଇଛି । ଜଗତସିଂହପୁରରେ ସର୍ବାଧିକ ୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିଭଳି ରାୟଗଡା-୪, କଟକ-୨୦, ଝାରସୁଗୁଡା-୧, ଖୋର୍ଦ୍ଧା-୧୪, ନୟାଗଡ-୪, ବରଗଡ-୨, ଭଦ୍ରକ-୧, କଳାହାଣ୍ଡି-୪, ଗଜପତି-୧୧, ପୁରୀ-୭, ବଲାଙ୍ଗୀର-୧, କେନ୍ଦ୍ରାପଡା-୧, ମୟୂରଭଞ୍ଜ-୪, କୋରାପୁଟ-୧, କେନ୍ଦୁଝର-୧, ବୌଦ୍ଧରୁ ୧କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୫୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୧୦୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୧୩୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୯ ଜଣଙ୍କର ମୃତ୍ୟୁ କରୋନାଜନିତ ହୋଇଥିବା ବେଳେ ଦୁଇ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

Leave a Reply

Your email address will not be published.