ଭୁବନେଶ୍ୱରରୁ ଆଜି ୧୧୧ କରୋନା ପଜିଟିଭ୍ ଚିହ୍ନଟ, ସ୍ଥାନୀୟ ସଂକ୍ରମିତ ୪୯
ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜଧାନୀରେ ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୧୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ ୬୨ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୪୯ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ। ଆହୁରି ମଧ୍ୟ ୨୯ଜଣ ଆରୋଗ୍ୟ ଲାଭ କରିଥିବା ସୂଚନା ମିଳିଛି ।
ତେବେ ରାଜଧାନୀ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୨୮କୁ ବୃଦ୍ଧି ପାଇଛି । ୮୬୩ ଜଣ ସୁସ୍ଥ ହୋଇଥିବା ବେଳେ ୯୫୨ ଜଣ ଚିକିତ୍ସିତ ଅବସ୍ଥାରେ ରହିଛନ୍ତି । ଏନେଇ ଭୁବନେଶ୍ୱର ମହାନିଗର ନିଗମ ବା ବିଏମସି ପକ୍ଷରୁ ସୂଚନା ଦିଆଯାଇଛି ।
ଅନ୍ୟପଟେ, ଗତ ୨୪ ଘଣ୍ଟା ମଧ୍ୟରେ ୧୩୨୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୪୦୧୩ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୮୭ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୪୩୩ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।