ଭୁବନେଶ୍ୱରରୁ ଆଜି ୧୧୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ଭୁବନେଶ୍ୱରରୁ ୧୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଚିହ୍ନଟ ହୋଇଥିବା ୧୧୮ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୭୧ ଓ ସ୍ଥାନୀୟ ଅଞ୍ଚଳରୁ ୪୭ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୯୦ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।

ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୪୭୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୧୫୧ଜଣ ସୁସ୍ଥ ହୋଇଛନ୍ତି ଓ ୧୮ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୧୩୦୧ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।

ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୧୬୯୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୭୧୭ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୭୩ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୬୨୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.