ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୨୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୨ ମୃତକଙ୍କ ମଧ୍ୟରୁ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ, କେନ୍ଦୁଝରରୁ ୨ ଜଣ, ଗଞ୍ଜାମ,ଝାରସୁଗୁଡା,ନୂଆପଡ଼ା, ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା।
ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୧୪୭୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯୦୧୧୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୫୩ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୬୧୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।