ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୧୨୦୧ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୫୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୨ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ନୂଆପଡା, ସୁନ୍ଦରଗଡ, କଟକ, ଜଗତସିଂହପୁର, ଭଦ୍ରକ, ବାଲେଶ୍ବର, କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ଅନ୍ୟପଟେ, ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨୦୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯୪୪୧୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୯୭ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୫୦୪ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।