ରାଜ୍ୟରେ ସୁସ୍ଥ ହେଲେ ଆଉ ୧୨୦ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟ ପାଇଁ ଖୁସି ଖବର । ରାଜ୍ୟରେ ଆଜି ଆଉ ୧୨୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୨୫୯୪କୁ ବୃଦ୍ଧି ପାଇଛି ।

ସୁସ୍ଥ ହୋଇଥିବା ୧୨୦ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୩୩, ଗଜପତିରୁ ୧୮, ସୋନପୁରରୁ ୧୩, ବାଲେଶ୍ୱରରୁ ୧୨, ବଲାଙ୍ଗିରରୁ ୮, ଖୋର୍ଦ୍ଧାରୁ ୮, ମୟୂରଭଞ୍ଜରୁ ୭, କଟକରୁ ୪, ଯାଜପୁରରୁ ୩, ନୟାଗଡ଼ରୁ ୩, ନୂଆପଡ଼ାରୁ ୩, ଢ଼େଙ୍କାନାଳରୁ ୨, ପୁରୀରୁ ୨, ରାୟଗଡ଼ାରୁ ୨, କେନ୍ଦ୍ରାପଡ଼ା ଓ କଳାହାଣ୍ଡିରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ରାଜ୍ୟରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମିତ ସଂଖ୍ୟା । ଶନିବାର ରାଜ୍ୟରେ ଆଉ ୨୨୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୭୨୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୬ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୨୯ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।

Leave a Reply

Your email address will not be published.