ରାଜ୍ୟ ପାଇଁ ଭଲ ଖବର, ସୁସ୍ଥ ହେଲେ ଆଉ ୧୨୦ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜ୍ୟରେ ୧୨୦ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ମୋଟ ୨୯୭୪ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି ।

ମଙ୍ଗଳବାର ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଯାଜପୁରର ୧୯ ଜଣ ଥିବା ବେଳେ କଟକର ୧୫, ମୟୂରଭଞ୍ଜ ଓ ଖୋର୍ଧାର ୧୧ ଜଣ ଲେଖାଏଁ, ନୂଆପଡାର ୯, ସୁନ୍ଦରଗଡର ୭, କନ୍ଧମାଳର ୬ ଓ ନୟାଗଡ ଓ ବଲାଙ୍ଗୀରର ୫ଜଣ ଲେଖାଏଁ ଆରୋଗ୍ୟ ହୋଇଛନ୍ତି ।

ବାଲେଶ୍ୱର, ଢେଙ୍କାନାଳ, କେନ୍ଦ୍ରାପଡା ଓ ଝାରସୁଗୁଡାର ୪ଜଣ ଲେଖାଏଁ ସୁସ୍ଥ ହୋଇଥିବା ବେଳେ କେଉଁଝର, ଗଞ୍ଜାମ ଓ ପୁରୀର ୩ ଜଣ ଲେଖାଏଁ, ଅନୁଗୁଳ, କଲାହାଣ୍ଡିର, କୋରାପୁଟର ୨ଜଣ ଲେଖାଏଁ ଓ ମାଲକାନଗିରିର ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ସୂଚନାଯୋଗ୍ୟ, ରାଜ୍ୟରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମିତ ସଂଖ୍ୟା । ରାଜ୍ୟରେ ଆଉ ୧୦୮କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୧୬୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

Leave a Reply

Your email address will not be published.