ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୨୦୩ କରୋନା ସଂକ୍ରମିତ
ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୧୨୦୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୩୭୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୫୮ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୪୪୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୫ଜଣ, ବାଲେଶ୍ୱର ଜିଲ୍ଲାରୁ ୨୦ଜଣ, ବରଗଡ଼ ଜିଲ୍ଲାରୁ ୧୨ଜଣ, ଭଦ୍ରକ ଜିଲ୍ଲାରୁ ୫୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୯୭ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୭୨, ଗଞ୍ଜାମ ଜିଲ୍ଲାରୁ ୨୫୦ଜଣ, ଜଗତସିଂହପୁର ଜିଲ୍ଲାରୁ ୮ଜଣ, ଯାଜପୁର ଜିଲ୍ଲାରୁ ୪୬ଜଣ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କନ୍ଧମାଳ ଜିଲ୍ଲାରୁ ୧୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୪ଜଣ, କେନ୍ଦୁଝର ଜିଲ୍ଲାରୁ ୧୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୨୦ଜଣ, କୋରାପୁଟ ଜିଲ୍ଲାରୁ ୬୬ଜଣ, ମାଲକାନଗିରି ଜିଲ୍ଲାରୁ ୬୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୨୪ଜଣ, ପୁରୀ ଜିଲ୍ଲାରୁ ୯ଜଣ, ରାୟଗଡ଼ା ଜିଲ୍ଲାରୁ ୪୫ଜଣ, ସମ୍ବଲପୁର ଜିଲ୍ଲାରୁ ୪୦ଜଣ , ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ ଜିଲ୍ଲାରୁ ୭୪ଜଣ ରହିଛନ୍ତି ।