ରାଜ୍ୟରେ ଆଉ ୧୨୧୫ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୧୨୧୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୧୦୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୫୩ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୬୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାର ୧୧ଜଣ, ବାଲେଶ୍ୱର ଜିଲ୍ଲାର ୨୯ଜଣ, ବରଗଡ ଜିଲ୍ଲାର ୧୦ଜଣ, ଭଦ୍ରକ ଜିଲ୍ଲାର ୨ଜଣ, ବଲାଙ୍ଗୀର ଜିଲ୍ଲା ୨୧ଜଣ , ବୌଦ୍ଧ ଜିଲ୍ଲାରୁ ୨ଝଣ, କଟକ ଜିଲ୍ଲାରୁ ୬୦ଜଣ, ଦେଓଗଡ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୮୯ଜଣ, ଗଞ୍ଜାମ ଜିଲ୍ଲାରୁ ୩୩୨ଜଣ, ଜଗତସିଂହପୁର ଜିଲ୍ଲାରୁ ୪୭ଜଣ, ଯାଜପୁର ଜିଲ୍ଲାରୁ ୨୦ଜଣ, ଝାରସୁଗୁଡା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୮ଜଣ, କନ୍ଧମାଳ ଜିଲ୍ଲାରୁ ୧୪ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୪ଜଣ, କେନ୍ଦୁଝର ଜିଲ୍ଲାରୁ ୭୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୧୨ଜଣ, କୋରାପୁଟ ଜିଲ୍ଲାରୁ ୭୩ଜଣ, ମାଲକାନଗିରି ଜିଲ୍ଲାରୁ ୧୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨ଜଣ, ନୟାଗଡ ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୧୧ଜଣ, ରାୟଗଡ଼ା ଜିଲ୍ଲାରୁ ୨୪ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ ଜିଲ୍ଲାରୁ ୨ଜଣ ରହିଛନ୍ତି ।

Leave a Reply

Your email address will not be published.