ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୧୨୪୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୭୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୩ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ନୂଆପଡା ଜିଲ୍ଲାରୁ ୩ ଜଣ, ଝାରସୁଗୁଡା, କେନ୍ଦୁଝର ଜିଲ୍ଲାରୁ ୨ ଜଣ, ମାଲକାନଗିରି ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ଅନ୍ୟପଟେ, ରାଜ୍ୟରେ  ୨୪ଗତ ଘଣ୍ଟା ମଧ୍ୟରେ ୧୨୪୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୩୯୪୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୨୯ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୧୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.