ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୯୮୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୫୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୩ ମୃତକଙ୍କ ମଧ୍ୟରୁ ମୟୁରଭଞ୍ଜ, ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଏଁ, ଖୋର୍ଦ୍ଧା, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ବାଲେଶ୍ବର, ବରଗଡ ଏବଂ କେନ୍ଦୁଝରରୁ ଜଣେ ଲେଖାଏଁ ରହିଛନ୍ତି ।
ଅନ୍ୟପଟେ, ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯୮୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୩୭୮୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୭୨ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୪୨୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।