ରାଜ୍ୟ ପାଇଁ ଭଲ ଖବର, ଆଉ ୧୩୧ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟ ପାଇଁ ଖୁସି ଖବର । ରାଜ୍ୟରେ ଆଜି ୧୩୧ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୪୪୨୨କୁ ବୃଦ୍ଧି ପାଇଛି ।

ସୁସ୍ଥ ହୋଇଥିବା ୧୩୧ଙ୍କ ମଧ୍ୟରୁ ଗଞ୍ଜାମରୁ ୪୩, ପୁରୀରୁ ୨୮, ଖୋର୍ଦ୍ଧାରୁ ୨୧, କନ୍ଧମାଳରୁ ୧୨, ଜଗତସିଂହପୁରୁ ୭, ନବରଙ୍ଗପୁରରୁ ୬, କେନ୍ଦ୍ରାପଡ଼ାରୁ ୫, ବାଲେଶ୍ୱରରୁ ୨, କଟକରୁ ୨, ବରଗଡ଼, ବଲାଙ୍ଗୀର, ଝାରସୁଗୁଡ଼ା, କେନ୍ଦୁଝର ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ରାଜ୍ୟରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମିତ ସଂଖ୍ୟା । ରାଜ୍ୟରେ ଆଉ ୨୧୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୧୮୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୮ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୨୦ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।

Leave a Reply

Your email address will not be published.