ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୮ କରୋନା ଆକ୍ରାନ୍ତ
ଭୁବନେଶ୍ଵର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୧୩୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯୯୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୫ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୧୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ୧୩୮ ସଂକ୍ରମିତଙ୍କ ମଧ୍ୟରୁ ଯାଜାପୁର ଜିଲ୍ଲାରୁ ୬ଜଣ , କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, କନ୍ଧମାଳ ଜିଲ୍ଲାରୁ ୧୦ଜଣ,ରାୟଗଡା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ୧୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ନୟାଗଡ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୧୫ଜଣ, ଭଦ୍ରକ ଜିଲ୍ଲାରୁ ୧୧ଜଣ, ଗଞ୍ଜାମ ଜିଲ୍ଲାରୁ ୩୩ଜଣ, ସମ୍ବଲପୁରକୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ୧୨ଜଣ , ନୂଆପଡା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୭ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ଜଣେ ରହିଛନ୍ତି ।
ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୯୯୪ରେ ପହଞ୍ଚିଲା। ଏମାନଙ୍କ ମଧ୍ୟରୁ ୧୮୯୪ ସୁସ୍ଥ ହୋଇଥିବାବେଳେ ୧୦୯୮ ଆକ୍ଟିଭ କେଶ ରହିଛି ଓ ୯ଜଣଙ୍କ ମୃତ୍ୟୁ ହୋଇଛି।