ରାଜ୍ୟରେ ଚିହ୍ନଟ ହେଲେ ୧୩୮୫ କରୋନା ସଂକ୍ରମିତ, ୨୯୭୨୭୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୩୮୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯୭୨୭୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୯୮ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୮୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮୮ଜଣ, ବାଲେଶ୍ୱର ଜିଲ୍ଲାରୁ ୩୬ଜଣ, ବରଗଡ଼ ଜିଲ୍ଲାରୁ ୫୫ଜଣ, ଭଦ୍ରକ ଜିଲ୍ଲାରୁ ୩୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୭୭ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୧୦୯ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୩ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୨୩ଜଣ, ଜଗତସିଂହପୁର ଜିଲ୍ଲାରୁ ୫୦ଜଣ, ଯାଜପୁର ଜିଲ୍ଲାରୁ ୨୩ଝଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୯ଜଣ, କଳାହାଣ୍ଡି ଜିଲ୍ଲାରୁ ୫୦ଜଣ, କନ୍ଧମାଳ ଜିଲ୍ଲାରୁ ୧୧ଝଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୨ଜଣ, କେନ୍ଦୁଝର ଜିଲ୍ଲାରୁ ୫୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫୯ଜଣ, କୋରାପୁଟ ଜିଲ୍ଲାରୁ ୨୮ଜଣ, ମାଲକାନଗିରି ଜିଲ୍ଲାରୁ ୨୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୧ଜଣ, ନୟାଗଡ଼ ଜିଲ୍ଲାରୁ ୩୨ଜଣ, ନୂଆପଡ଼ା ଜିଲ୍ଲାରୁ ୮୮ଜଣ, ପୁରୀ ଜିଲ୍ଲାରୁ ୩୫ଜଣ, ରାୟଗଡ଼ା ଜିଲ୍ଲାରୁ ୧୦ଜଣ, ସମ୍ବଲପୁର ଜିଲ୍ଲାରୁ ୩୦ଜଣ, ସୋନପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୧ଜଣ, ଷ୍ଟେଟ ପୁଲ୍‌ରୁ ୩୧ଜଣ ରହିଛନ୍ତି ।

Leave a Reply

Your email address will not be published.