ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୧୩୮୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୭୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୪ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ମୟୁରଭଞ୍ଜରୁ ୩ ଜଣ ଲେଖାଏଁ, କଟକ, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ଗଞ୍ଜାମ, ନବରଙ୍ଗପୁର, ନୟାଗଡ ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ଅନ୍ୟପଟେ, ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୩୮୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯୭୨୭୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୯୮ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୫୮୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।