ରାଜ୍ୟରେ ଆଉ ୧୭ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୪ ଶହ ଟପିଲା ମୃତକଙ୍କ ସଂଖ୍ୟା
ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୧୩୭୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୧୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୭ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, କଟକ, ମୟୁରଭଞ୍ଜ, ସମ୍ବଲପୁର, ବରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ପୁରୀ, ବାଲେଶ୍ବର, କୋରାପୁଟ, କଳାହାଣ୍ଡି, କେନ୍ଦ୍ରାପଡା ଏବଂ ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୧୩୭୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୦୧୪୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୯୬ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୫୭୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।