ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୪୮୩ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୯୮୬ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୮୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ଅନ୍ୟପଟେ, ଗତ ୨୪ ଘଣ୍ଟା ମଧ୍ୟରେ ୯୮୬କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୫୯୮୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୭୨ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୧୪ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.