ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୬୪୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୭୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୧୪ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୫ ଜଣ, ସମ୍ବଲପୁର ଜିଲ୍ଲାରୁ ୩ ଜଣ, ଅନୁଗୋଳ, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୂଆପଡା ଏବଂ ରାୟଗଡା ଜିଲ୍ଲାରୁ ଜଣେ ରହିଛନ୍ତି ।

ଅନ୍ୟପଟେ, ଗତ ୨୪ ଘଣ୍ଟା ମଧ୍ୟରେ ୬୪୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୫୨୭୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭୪ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୬୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published. Required fields are marked *