ରାଜ୍ୟରେ ଆଉ ୧୪୧ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ପୁଣି ୧୪୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨୪୫ ଛୁଇଁଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ମିଳିଛି। ଏଥିସହିତ ୧୨୪୫ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୯୯୧ ଜଣ ଚିକିତ୍ସି ହେଉଛନ୍ତି । ୭ ଜଣଙ୍କର ମୃତ୍ୟୁ ଘଟିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୦ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୩୧ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଚିହ୍ନଟ ହୋଇଥିବା ୧୪୧ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୭ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୬ ଜଣ, ନୂଆପଡା ଜିଲ୍ଲାରୁ ୧୯ ଜଣ, ଯାଜପୁର ଜିଲ୍ଲାରୁ ୧୦ ଜଣ, ବାଲେଶ୍ବର ଜିଲ୍ଲାରୁ ୨ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୩ ଜଣ, କଟକ ଜିଲ୍ଲାରୁ ୬ ଜଣ, ପୁରୀ ଜିଲ୍ଲାରୁ ୫ ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ ଜଣ, ଜଗତସିଂହପୁର ଜିଲ୍ଲାରୁ ୪ ଜଣ, ନୟାଗଡ ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ୮ ଜଣ, ଗଜପତି ଜିଲ୍ଲାରୁ ୪ ଜଣ, କେନ୍ଦୁଝର ଜିଲ୍ଲାରୁ ୪ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ଅନୁଗୋଳ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୨ ଜଣ ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ରହିଛନ୍ତି ।
ତେବେ ବର୍ତ୍ତମାନ ସୁଦ୍ଧା ୨୨୪୫ ମଧ୍ୟରୁ ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୨୪୫ ଜଣ ସୁସ୍ଥ ହୋଇଛନ୍ତି । ଆଉ ୯୯୧ ଜଣ ଚିକିତ୍ସାଧିନ ଅବସ୍ଥାରେ ଅଛନ୍ତି ।