ସ୍ନାନ ପୂର୍ଣ୍ଣିମା ପାଇଁ ପୁରୀରେ ୧୪୪ ଧାରା

ପୁରୀ, (ଓଡିଶା ଟାଇମ୍): ପୁରୀରେ ସ୍ନାନ ପୂର୍ଣ୍ଣିମା ଅବସରରେ ୧୪୪ ଧାରା ଜାରି। ସହରର ବିଭିନ୍ନ ସ୍ଥାନରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। କରୋନା ମହାମାରୀକୁ ଦୃଷ୍ଟିରେ ରଖି ଜନ ସମାଗମକୁ ବାରଣ କରିବା ଉଦ୍ଦେଶ୍ୟରେ ପ୍ରଶାସନ ପକ୍ଷରୁ ଏହି କଟକଣା ଜାରି କରାଯାଇଛି।

ଆସନ୍ତା ୨୩ ତାରିଖ ରାତ୍ର ୧୦ ଘଣ୍ଟିକାରୁ ୨୫ ତାରିଖ ଭୋର ୨ ଘଣ୍ଟିକା ପର୍ଯ୍ୟନ୍ତ ବଳବତ୍ତର ରହିବ। କେବଳ ଅନୁମତି ପ୍ରାପ୍ତ ବ୍ୟକ୍ତିବିଶେଷଙ୍କ ବ୍ୟତୀତ ଅନ୍ୟ କାହାରିକୁ ପ୍ରବେଶ କରାଯିବ ନାହିଁ। ଉପ ଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ ପ୍ରଶାସନ ପକ୍ଷରୁ ଏହି କଟକଣା ଜାରି କରିଛନ୍ତି। ନିୟମ ଉଲ୍ଲଂଘନକାରୀଙ୍କ ବିରୁଦ୍ଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଛି।

Leave a Reply

Your email address will not be published. Required fields are marked *