ରାଜ୍ଯ ପାଇଁ ଭଲ ଖବର, ସୁସ୍ଥ ହେଲେ ଆଉ ୧୪୬ କରୋନା ଆକ୍ରାନ୍ତ
ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜ୍ୟରେ ଆଉ ୧୪୬ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ଲାଭ କରିଥିବା ସଂକ୍ରମିତଙ୍କ ସଂଖ୍ୟା ୨୮୫୪ରେ ପହଁଚିଛି ।
ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ କଟକର ସର୍ବାଧିକ ୨୬ ଜଣ ଥିବା ବେଳେ, ଖୋର୍ଦ୍ଧା ର ୨୩, ଗଞ୍ଜାମର ୧୮, ମୟୂରଭଞ୍ଜର ୧୩, ଗଜପତିର ୧୨, ଭଦ୍ରକର ୧୧, ବଲାଙ୍ଗୀରର ୧୧, କନ୍ଧମାଳ, କୋରାପୁଟ ଓ ରାୟଗଡାରୁ ୫ ଜଣ ଲେଖାଏଁ ରହିଛନ୍ତି । ସେହିପରି କଳାହାଣ୍ଡିର ୪, ଯାଜପୁର ଓ ନୟାଗଡରୁ ୩ ଜଣ ଲେଖାଏଁ, ଢେଙ୍କାନାଳ, ନୂଆପଡା ଓ ପୁରୀରୁ ୨ଜଣ ଲେଖାଏଁ ଓ ଜଗତସିଂପୁରରୁ ଜଣେ ସୁସ୍ଥ ହୋଇଛନ୍ତି ।
ରାଜ୍ୟରେ ଆଜି ଆଉ ୧୪୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୨୮ ଜଣ କ୍ୱାରେଣ୍ଟାଇନ୍ରେ ଥିବାବେଳେ ୧୮ଟି ଲୋକାଲ କେସ ରହିଛି । ଆଜି କନ୍ଧମାଳ ଜିଲ୍ଲାରେ ସର୍ବାଧିକ ୪୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ ୪୦୫୫ କରୋନା ପଜିଟିଭ ଚିହ୍ନଟ କରାଯାଇଥିବା ବେଳେ ୧୧ ଜଣଙ୍କର ମୃତ୍ୟୁ ଘଟିଛି ।