ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୪୬ ଆକ୍ରାନ୍ତ, ୩ ହଜାର ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ଵର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୧୪୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୪୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି I

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୭ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୧୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ରାଜ୍ୟରେ ଚିହ୍ନଟ ହୋଇଥିବା ୧୪୬ ସଂକ୍ରମିତଙ୍କ ମଧ୍ୟରୁ ଜଗତସିଂହପୁର ଜିଲ୍ଲାରୁ ୮ ଜଣ, କେନ୍ଦୁଝର ଜିଲ୍ଲାରୁ ୨ ଜଣ, କଟକ ଜିଲ୍ଲାରୁ ୨ ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୯ ଜଣ, ନୟାଗଡ ଜିଲ୍ଲାରୁ ୩ ଜଣ, ଯାଜପୁର ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୩ ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୩ ଜଣ, କନ୍ଧମାଳ ଜିଲ୍ଲାରୁ ୨ ଜଣ, ଗଞ୍ଜାମ ଜିଲ୍ଲାରୁ ୧୮ ଜଣ, ଦେବଗଡ ଜିଲ୍ଲାରୁ ୫ ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ୭ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୨ ଜଣ, ବାଲେଶ୍ବର ଜିଲ୍ଲାରୁ ୭ ଜଣ ଏବଂ ‘ଅମ୍ଫାନ୍’ ଡ୍ୟୁଟି ସାରି ପଶ୍ଚିମବଙ୍ଗରୁ ଫେରିଥିବା ଏନଡିଆରଏଫ/ଓଡ୍ରାଫର ୬୧ ଜଣ ରହିଛନ୍ତି ।

Leave a Reply

Your email address will not be published.