ରାଜ୍ୟରେ ଚିହ୍ନଟ ହେଲେ ୧୪୭୪ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪୭୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯୫୮୮୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୫୫ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୬୧୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୭୬ଜଣ, ବାଲେଶ୍ୱର ଜିଲ୍ଲାରୁ ୭୮ଜଣ, ବରଗଡ଼ ଜିଲ୍ଲାରୁ ୬୮ଜଣ, ଭଦ୍ରକ ଜିଲ୍ଲାରୁ ୧୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୮୯ଜଣ, ବୌଦ୍ଧ ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୧୨୦ଜଣ, ଦେଓଗଡ଼ ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୮ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୩୩ଜଣ, ଜଗତସିଂହପୁର ଜିଲ୍ଲାରୁ ୬୭ଜଣ, ଯାଜପୁର ଜିଲ୍ଲାରୁ ୩୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୯ଜଣ, କଳାହାଣ୍ଡି ଜିଲ୍ଲାରୁ ୩୬ଜଣ, କନ୍ଧମାଳ ଜିଲ୍ଲାରୁ ୧୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୬ଜଣ, କେନ୍ଦୁଝର ଜିଲ୍ଲାରୁ ୬୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୭୫ଜଣ, କୋରାପୁଟ ଜିଲ୍ଲାରୁ ୨୩ଜଣ, ମାଲକାନଗିରି ଜିଲ୍ଲାରୁ ୨୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୦ଜଣ, ନୟାଗଡ଼ ଜିଲ୍ଲାରୁ ୨୦ଜଣ, ନୂଆପଡ଼ା ଜିଲ୍ଲାରୁ ୪୬ଜଣ, ପୁରୀ ଜିଲ୍ଲାରୁ ୭୩ଜଣ, ରାୟଗଡ଼ା ଜିଲ୍ଲାରୁ ୭ଜଣ, ସମ୍ବଲପୁର ଜିଲ୍ଲାରୁ ୩୭ଜଣ, ସୋନପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦୪ଜଣ, ଷ୍ଟେଟ ପୁଲ୍‌ରୁ ୩୦ଜଣ ରହିଛନ୍ତି ।

Leave a Reply

Your email address will not be published.