ଭୁବନେଶ୍ୱରରୁ ଆଜି ପୁଣି ୧୪୯ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ପୁଣି ରାଜଧାନୀରୁ ୧୪୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୯୮ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୫୧ ଜଣ ଚିହ୍ନଟ ହୋଇଛନ୍ତି । ଏହା ସହ ରାଜଧାନୀରେ ୧୪୫ ଜଣ ସୁସ୍ଥ ହୋଇଛନ୍ତି ।

ଏହି କ୍ରମରେ ଭୁବନେଶ୍ୱରରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୨୧୭କୁ ବୃଦ୍ଧି ପାଇଛି । ୧୯୪୩ ଜଣ ସୁସ୍ଥ ହୋଇଥିବା ବେଳେ ୧୨୫୪ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି । ୧୮ ଜଣଙ୍କର ମୃତ୍ୟୁ ଘଟିଛି । ଏନେଇ ବିଏମସି ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ୟପଟେ, ଗତ ୨୪ ଘଣ୍ଟା ମଧ୍ୟରେ ୧୩୮୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୭୬୮୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୮୯ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୯୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.