ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି କରୋନାରେ ଆଉ ୧୫ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ ହଜାର ୬କୁ ବୃଦ୍ଧି ପାଇଛି।
ଆଜି ମୃତ୍ୟୁ ବରଣ କରିଥିବା ୧୫ ଜଣଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, କଟକ ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ବଲାଙ୍ଗୀର, ଗଞ୍ଜାମ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଏବଂ ସୁନ୍ଦରଗଡ଼ ଜିଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।
ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୨୮୫୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୪୯୬୯୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୫୯ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୧୯୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।