କରୋନା ମୃତ୍ୟୁରେ ଲାଗୁନି ବ୍ରେକ୍, ୧୫ ଆକ୍ରାନ୍ତଙ୍କ ଗଲା ଜୀବନ
ଭୁବନେଶ୍ବର, (ଓଡିଶା ଟାଇମ୍) : କମୁଛି ସଂକ୍ରମଣ କିନ୍ତୁ ମୃତ୍ୟୁ ସଂଖ୍ୟାରେ ବ୍ରେକ୍ ଲାଗୁନି । ଆଜି ରାଜ୍ୟରେ ୧୫ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୪୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଅନ୍ୟପଟେ, ଗତ ୨୪ ଘଣ୍ଟା ମଧ୍ୟରେ ୬୩୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୩୯୬୧ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭୩ଜଣ କ୍ବାରେଣ୍ଟାଇନ୍ରେର ହିଥିବା ବେଳେ ୨୬୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।