ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୦୭୨ରେ ପହଞ୍ଚିଲା ମୋଟ୍ ମୃତକଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୭୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ସୂଚନା ଅନୁଯାୟୀ, ଆଜି କରୋନାରେ ୧୫ ଜଣ ମୃତକଙ୍କ ମଧ୍ୟରୁ କଟର ଜିଲାରୁ ସର୍ବାଧିକ ୩ ଜଣଙ୍କ ମୃତ୍ୟୁ ଘଟିଛି । ଭୁବନେଶ୍ବରରୁ ଜଣଙ୍କର ମୃତ୍ୟୁ ହୋଇଛି। ସେହିପରି ବୌଦ୍ଧ, କଳାହାଣ୍ଡି, ରାୟଗଡା, ଗଞ୍ଜାମ, କେନ୍ଦ୍ରାପଡ଼ା, କନ୍ଧମାଳ, ମୟୁରଭଞ୍ଜ, ପୁରୀ, ସୁନ୍ଦରଗଡ଼, ଯାଜପୁର ଓ ବାଲେଶ୍ବର ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୨୬୦୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୫୯୫୪୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୧୧ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୦୯୩ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.