ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୦୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, କଟକ, ନବରଙ୍ଗପୁର ଏବଂ ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, ଭଦ୍ରକ, ବରଗଡ଼, କେନ୍ଦ୍ରାପଡ଼ା, ଜଗତସିଂହପୁର, ଝାରସୁଗୁଡା, ପୁରୀ ଏବଂ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୨୧୩୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୬୪୧୪୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୫୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୮୮୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published. Required fields are marked *